ବରଗଡ଼ରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଜିଲ୍ଲା କାର୍ଯ୍ୟାଳୟ ଆରମ୍ଭ

ବରଗଡ଼, (ନିରୋଜ କୁମାର ପାଣୀ) : ପଶ୍ଚିମ ଓଡ଼ିଶା ବିକାଶ ପରିଷଦର କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ ଯୋଜନା ଓ ସଂଯୋଜନା ବିଭାଗ, ଓଡ଼ିଶା ସରକାରଙ୍କ ପତ୍ର ସଂଖ୍ୟା ୩୦୨୯/ତା୨୪.୦୨.୨୦୨୧ ଅନୁଯାୟୀ ଆଜି ବରଗଡ଼ ଜିଲ୍ଲାର ପଶ୍ଚିମ ଓଡ଼ିଶା ବିକାଶ ପରିଷଦ କାର୍ଯ୍ୟାଳୟ ବରଗଡ଼ ଜିଲ୍ଲା ଯୋଜନା ଓ ପର୍ଯ୍ୟାଲୋଚନା କାର୍ଯ୍ୟାଳୟ ପରିସରରେ ଆରମ୍ଭ ହୋଇଯାଇଛି । ପଶ୍ଚିମ ଓଡ଼ିଶ ବିକାଶ ପରିଷଦର ଜିଲ୍ଲା କାର୍ଯ୍ୟାଳୟ ଜିଲ୍ଲାପାଳଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ପରିଚାଳିତ ହେବ । ଡିପିଏମ୍‌ୟୁର ଉପ ନିର୍ଦ୍ଦେଶକ ଏହାର କାର୍ଯ୍ୟନିର୍ବାହୀ ଅଧିକାରୀ ଭାବରେ କାର୍ଯ୍ୟ ତୁଳାଇବେ ବୋଲି ଜିଲ୍ଲା ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.