jayashree

ମା’ ପାଟ୍ଟଖଣ୍ଡାଙ୍କ କୃଷି ଭିତ୍ତିକ ପର୍ବ କାନ୍ଦୁଲ ଭଜା ଯାତ୍ରା ଅନୁଷ୍ଠିତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ନୂଆସାହିରେ ପାରମ୍ପରିକ କାନ୍ଦୁଲ ଭଜା ଯାତ୍ରା ଅନୁଷ୍ଠିତ ହୋଇଯାଇଛି । ପଶ୍ଚିମ ଓଡ଼ିଶାରେ ହେଉଥିବା ଗଣପର୍ବ ନୂଆଖାଇ ଭଳି ବାଲିଗୁଡ଼ା ଉପଖଣ୍ଡ ଅଞ୍ଚଳରେ ଦୀର୍ଘ ହଜାରେ ବର୍ଷରୁ ଉର୍ଦ୍ଧ୍ବ ହେବ ଏହି କାନ୍ଦୁଲ୍ ଭଜା ଯାତ୍ରା ପୀଢ଼ି ପରେ ପୀଢ଼ି ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମାଆ ପାଟ୍ଟଖଣ୍ଡା ଓ ବରାଳ ଦେଵୀ ପୀଠରେ ହୋଇଆସୁଛି । ଏହା ମଧ୍ୟ ଗଣ ପର୍ବ ଭାବରେ ବିଦିତ ।

ପରମ୍ପରା ଅନୁଯାୟୀ କାନ୍ଦୁଲ ଓ ଶିମ୍ବ ମଞ୍ଜିକୁ ଭାଜି ଲିଆ ଉଖୁଡା ନଡିଆ ଭୋଗ ସହିତ ବଣୁଆ ପଳାସ ଫୁଲ ଧାଧୁନ ଫୁଲକୁ ପୂଜାର୍ଚ୍ଚନା କରି ମାଆଙ୍କୁ ଅର୍ପଣ କରାଯାଏ । ନୂଆ ବସ୍ତ୍ର ପରିଧାନ କରି ଭକ୍ତ ଓ ଶ୍ରଦ୍ଧାଳୁମାନେ ଏହି ପୂଜା ପରେ ଘରେ ସମସ୍ତେ ମିଳିମଶି ପ୍ରସାଦ ସେବନ କରନ୍ତି । ମାନସିକ ଧାରୀ ଓ ଶ୍ରଦ୍ଧାଳୁ ଭକ୍ତମାନେ ପୀଠରେ କୁକୁଡ଼ା ବୋଦା ମଧ୍ୟ ବଳୀ ଦିଅନ୍ତି । ଏହା ଏକ କୃଷଭିତ୍ତିକ ପର୍ବ ଅଟେ । ପୂର୍ବରୁ ମାଆ ପାଟଖଣ୍ଡାଙ୍କୁ ଆଦିବାସୀ ମାନେ ପୂଜା କରୁଥିଲେ କାଳକ୍ରମେ ପାଇକ ଖଣ୍ଡାୟତ ଓ କ୍ଷତ୍ରୀୟ ବଂଶ ଧର ପୂଜାର୍ଚ୍ଚନା କରି ଆସୁଛନ୍ତି ।

Leave A Reply

Your email address will not be published.