ଏଣିକି ପୋଲିସ, ଦମକଳ ଓ ଆମ୍ବୁଲାନ୍ସ ସେବା ପାଇଁ ଗୋଟିଏ ନମ୍ବର “୧୧୨” ଡାଏଲ୍ କରି ସେବା ପ୍ରାପ୍ତ କରି ପାରିବେ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଏଣିକି ପୋଲିସ, ଦମକଳ ଓ ଆମ୍ବୁଲାନ୍ସ ପାଇଁ ଆଉ ଅଲଗା ଅଲଗା ନମ୍ବରକୁ କଲ କରିବାକୁ ପଡ଼ିବନି । ୩ ପ୍ରମୁଖ ଜରୁରୀକାଳୀନ ସେବା ପାଇଁ ଗୋଟିଏ ନମ୍ବର “୧୧୨” ଡାଏଲ୍ କରି ସେବା ପ୍ରାପ୍ତ କରି ପାରିବେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସେବାର ଶୁଭାରମ୍ଭ କରିବେ । ଆଜି ସନ୍ଧ୍ୟା ୫ଟାରେ ଭିସି ଜରିଆରେ ଏହି କାର୍ୟ୍ୟକ୍ରମର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ । ରାଜ୍ୟ ସୂଚନା ଓ ଲୋକ ସ‌ମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.