ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ଯୁବକଙ୍କର ଜୀବନ ଗଲା

ଖୋର୍ଦ୍ଧା : ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଥାନା ଗୌଡ଼ନୂଆଗାଁରେ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ଯୁବକଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ମୃତ ଯୁବକ ଜଣକ ହେଲେ ଭାଗବତ ପଣ୍ଡା । ଭାଗବତ ଆଜି ସକାଳେ ଶୌଚ ପାଇଁ ଗ୍ରାମ ନିକଟ ଗାଡ଼ିଆକୁ ଯାଇଥିବା ବେଳେ ସେଠାରେ ଥିବା ବୋରିଂ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଅଚେତ ହୋଇପଡ଼ିବାରୁ ସଙ୍ଗେସଙ୍ଗେ ତାଙ୍କୁ ନିକଟସ୍ଥ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । କିନ୍ତୁ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଛନ୍ତି । ଖବର ପାଇ ବେଗୁନିଆ ପୁଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ଖୋର୍ଦ୍ଧା ମୁଖ୍ୟ ଚିକିତ୍ସାଳୟକୁ ପଠାଇ ଅଧିକ ତଦନ୍ତ ଜାରି ରଖିଛି ।

Leave A Reply

Your email address will not be published.