oom

ରାଜ୍ୟରେ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ମାତ୍ର ୭୫୪ : ଆଜି ୧୨୦ ଆକ୍ରାନ୍ତ ଚିହ୍ନଟ

jsmm

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଏବେ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ମାତ୍ର ୭୫୪ ରହିଛି । ଆଜି ୧୨୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୭୧ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୪୯ ଜଣ ଅଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ କୁହାଯାଇଛି । ଜିଲ୍ଲା ଅନୁସାରେ ଅନୁଗୁଳରୁ ୧, ବାଲେଶ୍ୱରରୁ ୪, ବରଗଡ଼ରୁ ୧, ଭଦ୍ରକରୁ ୩, ବଲାଙ୍ଗିରରୁ ୨, କଟକରୁ ୨୬, ଢେଙ୍କାନାଲରୁ ୧, ଗଞ୍ଜାମରୁ ୪, ଜଗତସିଂପୁର ୧, ଯାଜପୁରରୁ ୪, ଝାରସୁଗୁଡାରୁ ୩, କଳାହାଣ୍ଡିରୁ ୧, କେନ୍ଦ୍ରାପଡାରୁ ୨, କେଉଁଝରରୁ ୧, ଖୋର୍ଦ୍ଧାରୁ ୧୪, ମୟୁରଭଂଜରୁ ୧୫, ନବରଙ୍ଗପୁର ୧, ନୂଆପଡାରୁ ୧, ପୁରୀରୁ ୩, ରାୟଗଡାରୁ ୩, ସମ୍ବଲପୁରରୁ ୧୦, ସୁନ୍ଦରଗଡ଼ରୁ ୧୬ ଓ ଷ୍ଟେଟ ପୁଲ୍‌ରୁ ୩ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ସମୁଦାୟ ୩୩୮୭୧୯ ଜଣ ସଂକ୍ରମିତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩୩୫୯୯୪ ଜଣ ସୁସ୍ଥ ହୋଇ ସାରିଛନ୍ତି ।

jittmm
Leave A Reply

Your email address will not be published.