ଶ୍ରୀମନ୍ଦିରରେ ପହଞ୍ଚିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ

ପୁରୀ : ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ପହଞ୍ଚିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏବଂ ତା‌ଙ୍କ ପତ୍ନୀ । ଶ୍ରୀମନ୍ଦିର ଭିତରେ ରାଷ୍ଟ୍ରପତି ପ୍ରାୟ ୨୫ ମିନିଟ ସମୟ ଅତିବାହିତ କରିବାର କାର୍ୟ୍ୟକ୍ରମ ରହିଛି । ରାଷ୍ଟ୍ରପତିଙ୍କ ଗସ୍ତ ପୂର୍ବରୁ ପୁରୀରେ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛନ୍ତି ଅତିରିକ୍ତ ଡିଜି ଯଶୱନ୍ତ ଜେଠୱା । ଏହାପରେ ସକାଳ ୧୦ଟା ୪୫ ମିନିଟରେ କୋଣାର୍କ ଯାଇ ସୂର୍ୟ୍ୟ ମନ୍ଦିର ପରିଦର୍ଶନ କରିବା କାର୍ୟ୍ୟକ୍ରମ ରହିଛି । ପରେ ୧୧ଟା ୨୦ରୁ ୧୨ଟା ଯାଏଁ ଆଇଓସିଏଲ ଵ୍ୟାଖ୍ୟାନ ପରିଦର୍ଶନ କରିବେ । ୧୨ଟା ୫ ମିନିଟରେ କୋଣାର୍କ ଓଟିଡିସି ଯାତ୍ରୀନିବାସରେ ମଧ୍ୟାହ୍ନ ଭୋଜନ ଓ ବିଶ୍ରାମ ବ୍ୟବସ୍ଥା ହୋଇଛି । ଅପରାହ୍ନ ୪ଟା ୧୫ରେ ସେଠାରୁ ରାଷ୍ଟ୍ରପତି ଭୁବନେଶ୍ୱର ଫେରିବେ ।

Leave A Reply

Your email address will not be published.