ଶହେତମ ବର୍ଷ ପୂର୍ତ୍ତି ଉପଲକ୍ଷେ ଗା‌ନ୍ଧିଜୀଙ୍କୁ ମାଲ୍ୟାର୍ପଣ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଓଡ଼ିଶା ଗସ୍ତର ଶହେତମ ପୂର୍ତ୍ତି ଉପଲକ୍ଷେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ମହାତ୍ମା ଗାନ୍ଧୀଙ୍କ ପ୍ରତି ମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ସକାଳୁ ପ୍ରଶାସନ ପକ୍ଷରୁ ଜିଲ୍ଲାପାଳ ଜ୍ୟୋତି ରଞ୍ଜନ ପ୍ରଧାନ, ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ କୃତିବାସ ରାଉତ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସମେତ ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କ ଉପସ୍ଥିତିରେ ବରଗଡ଼ ମହାତ୍ମାଗାନ୍ଧୀ ଶିଶୁ ଉଦ୍ୟାନ ସ୍ଥିତ ମହାତ୍ମାଗାନ୍ଧୀ ପ୍ରତି ମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ ।

Leave A Reply

Your email address will not be published.