ଓଡିଶା ଆଗମନର ଶହେ ବର୍ଷ ପୂର୍ତ୍ତି ଅବସରରେ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି

ସୁବର୍ଣ୍ଣପୁର, (ପ୍ରଭୁଦ‌ତ୍ତ ରଥ) : ମହାତ୍ମା ଗାନ୍ଧୀଙ୍କ ଓଡ଼ିଶା ଆଗମନର ଏକ ଶହ ବର୍ଷ ପୂର୍ତ୍ତି ଅବସରରେ ଜିଲ୍ଲା ପ୍ରଶାସନ ଦ୍ୱାରା ବିଭିନ୍ନ କାର୍ୟ୍ୟକ୍ରମ କରାଯାଇଥିବା ବେଳେ ପୂଜ୍ୟ ଗାନ୍ଧିଜୀଙ୍କୁ ଶ୍ରଦ୍ଧାଞ୍ଜଳି ପ୍ରଦାନ କରାଯାଇଛି । ଏହି ପରିପ୍ରେକ୍ଷୀରେ ଜିଲ୍ଲାପାଳ ସୁବର୍ଣ୍ଣପୁର ମୋନିଷା ବାନାର୍ଜୀ ଗାନ୍ଧୀ ପଡିଆରେରେ ଥିବା ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ଏହି ଅବସରରେ ଜିଲ୍ଲା ସଂସ୍କୃତି ଅଧିକାରୀ ଆର୍ତତ୍ରାଣ ଥାଟି, ଡିଆଇପିଆରଓ ଅ‌ଶ୍ୱିନୀ କୁମାର ଭୋଇ, ଜିଲ୍ଲା ସ୍ୱଳ୍ପ ସଂଚୟ ଅଧିକାରୀ ହରିଚରଣ ମିଶ୍ର ତଥା ଅନ୍ୟ ବିଭାଗୀୟ କର୍ମଚାରୀ ବୃନ୍ଦ ଉପସ୍ଥିତ ଥିଲେ ।

Leave A Reply

Your email address will not be published.