ଭୁବନେଶ୍ୱର, (କେପିଏନ୍ଏସ୍) : ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତକାଲି କୋଭିଡ ମହାମାରୀର ସମ୍ଭାବ୍ୟ ୨ୟ ସଂକ୍ରମଣର ମୁକାବିଲା ସଂପର୍କରେ ସମୀକ୍ଷା କରି ସତର୍କତା ମୂଳକ ପଦକ୍ଷେପ ଓ ଜନସଚେତନତା ଉପରେ ଗୁରୁତ୍ତ୍ୱ ଆରୋପ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏବେଠାରୁ ତୁରନ୍ତ ପ୍ରତିରୋଧମୂଳକ ପଦକ୍ଷେପ ନ ନେଲେ, ଆମ ରାଜ୍ୟ ମଧ୍ୟ ଘୋର ବିପଦର ସମ୍ମୁଖୀନ ହେବ । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି ।
Next Post