ଓଡିଶା ଦିବସ ସମାରୋହରେ ବିଭିନ୍ନ ସ୍ଥାନରେ ହେବାକୁ ଥିବା କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଥିବା ମୁଖ୍ୟ ଅତିଥିମାନଙ୍କ ତାଲିକା ପ୍ରକାଶ ପାଇଲା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡିଶା ଦିବସ ସମାରୋହରେ ରାଜ୍ୟର ବିଭିନ୍ନ ସ୍ଥାନ ଏବଂ ନୂଆଦିଲ୍ଲୀରେ ହେବାକୁ ଥିବା କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଥିବା ମୁଖ୍ୟ ଅତିଥିମାନଙ୍କ ତାଲିକା ପ୍ରକାଶ ପାଇଛି । ବଲାଙ୍ଗିରରେ ଅନୁଷ୍ଠିତ ହେବାକୁ ଥିବା ସମାରୋହରେ ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ ଯୋଗ ଦେବେ । ବରଗଡ଼ରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରେମାନନ୍ଦ ନାୟକ, ସୁବର୍ଣ୍ଣପୁରରେ ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ତଥା ଇଲେକ୍‌ଟ୍ରୋନିକ୍ସ ଏବଂ ସୂଚନାପ୍ରଯୁକ୍ତି, କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ତୁଷାରକାନ୍ତି ବେହେରା, ରାଉରକେଲାରେ ଶକ୍ତି, ଶିଳ୍ପ, ଏମ୍‌ଏସ୍‌ଏମ୍‌ଇ, ଗୃହ(ରାଜ୍ୟପାହ୍ୟା) ମନ୍ତ୍ରୀ କ୍ୟାପ୍‌ଟେନ୍‌ ଦିବ୍ୟଶଙ୍କର ମିଶ୍ର ଓ ସମ୍ବଲପୁରରେ ଯୋଜନା ଓ ସଂଯୋଜକ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ଯୋଗଦାନ କରିବେ । ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.