oom

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ଏବଂ ଅଜାତଶତ୍ରୁ ଆନନ୍ଦ ଆଚାର୍ୟ୍ୟଙ୍କ ଶ୍ରାଦ୍ଧ ବାର୍ଷିକୀ ଅବସରରେ ରକ୍ତଦାନ ଶିବିର

jsmm

ବରଗଡ, (ସତ୍ୟ ନାରାୟଣ ପ୍ରଧାନ) : ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୫ତମ ଏବଂ ଅଜାତଶତ୍ରୁ ଆନନ୍ଦ ଆଚାର୍ୟ୍ୟଙ୍କ ୮୩ତମ ଶ୍ରାଦ୍ଧ ବାର୍ଷିକୀ ଅବସରରେ ଓଡ଼ିଶା-ମୋ-ପରିବାର (ଜୀବନ ବିନ୍ଦୁ) ତରଫରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିରର ଆୟୋଜନ କରାଯାଇଥିଲା । ଏଥିରେ ବୁର୍ଲା ରକ୍ତ ଭଣ୍ଡାର ଦ୍ୱାରା ୧୦୦ ୟୁନିଟ ଓ ବରଗଡ଼ ରକ୍ତ ଭଣ୍ଡାର ଦ୍ୱାରା ୮୮ ୟୁନିଟ ସର୍ବମୋଟ ୧୮୮ ୟୁନିଟ ରକ୍ତ ସଂଗୃହୀତ ହୋଇଥିଲା । ଏଥିରେ ମୁଖ୍ୟ ଅତିଥି ଭାବେ ରାଜ୍ୟସଭା ସାଂସଦ ପ୍ରସନ୍ନ ଆଚାର୍ୟ୍ୟ, ସମ୍ମାନିତ ଅତିଥି ଭାବରେ ବରଗଡ଼ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ଦେବେଶ ଆଚାର୍ୟ୍ୟ, ସମ୍ବଲପୁରୀ ବସ୍ତ୍ରାଳୟ ସଭାପତି ସମ୍ବିତ ଆଚାର୍ୟ୍ୟ, ପୂର୍ବତନ ବିଧାୟକ ସାଧୁ ନେପାକ, ପୂର୍ବତନ ପୋୖର ଅଧ୍ୟକ୍ଷ ପ୍ରଶାନ୍ତ ବେହେରା, ଟାଉନ ବିଜେଡ଼ି ସଭାପତି କିଶୋର ମିଶ୍ର, ଜୀବନ ବିନ୍ଦୁ ଜିଲ୍ଲା ସହ ସଂଯୋଜକ ଶ୍ରୀ ଅଶ୍ୱିନୀ ତ୍ରିପାଠୀ, ଓଡ଼ିଶା ମୋ ପରିବାର ଜିଲ୍ଲା ସଂଯୋଜକ ଗୌରହରି ମିଶ୍ର, ପୁର୍ବତନ ପୌର ଉପାଧ୍ୟକ୍ଷା କଳ୍ପନା ମାଝୀ ପ୍ରମୁଖ ଉପସ୍ଥିତ ଥିଲେ । ସେହିପରି ବିଜେପୁର ବ୍ଲକରେ ୩୨ ୟୁନିଟ ଏବଂ ଭେଡେନ ବ୍ଲକର ମହୁଲ ପାଲି ଠାରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସରେ ଓଡ଼ିଶା ମୋ ପରିବାର ପକ୍ଷରୁ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା । ସମୁଦାୟ ୨୫୫ ୟୁନିଟ ରକ୍ତ ସଂଗ୍ରହ ହୋଇଥିଲା ବୋଲି ଜିଲ୍ଲା ସଂଯୋଜକ ଗୌରହରି ମିଶ୍ର ସୂଚନା ଦେଇଥିଲେ ।

jittmm
Leave A Reply

Your email address will not be published.