jsm

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ କୋଭିଡ ପରିଚାଳନାର ସମୀକ୍ଷା

csstore

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ କୋଭିଡ ପରିଚାଳନାର ସମୀକ୍ଷା କରିଛନ୍ତି । ଖୋର୍ଦ୍ଧା ଓ କଟକ ଜିଲ୍ଲାରେ ପଜିଟିଭ ସଂଖ୍ୟା ଅଧିକ ଥିବାରୁ ସ୍ବାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ କରିବା ସହ ସଚେତନତା କାର୍ୟ୍ୟକ୍ରମ ଓ କୋଭିଡ ନିୟମର କଡାକଡି ପାଳନ ପାଇଁ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି। ପରିସ୍ଥିତିକୁ ଦୃଷ୍ଟିରେ ରଖି କଟକ, ଭୁବନେଶ୍ବରରେ ଗୁରୁତର ରୋଗୀମାନଙ୍କ ପାଇଁ ଅଧିକ ଆଇସିୟୁ ବେଡ୍‌ ବ୍ୟବସ୍ଥା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ଏହି ଦୁଇ ସହରରେ ଅଧିକ ଆମ୍ବୁଲାନ୍‌ସ ମୁତୟନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ବୋଲି ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ କୁହାଯାଇଛ । ଆଗାମୀ ସପ୍ତାହରେ ଭୁବନେଶ୍ବର, କଟକରେ ପରିସ୍ଥିତିରେ ଉନ୍ନତି ଆସିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି ।

yuvodaya
Leave A Reply

Your email address will not be published.