ଆଜି ରାଜ୍ୟରେ କରେନାରେ ୭ ଜଣଙ୍କ ପ୍ରାଣହାନୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୧୧୬କରେନା ଆକ୍ରା‌ନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୭ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୮୮କୁ ବୃଦ୍ଧି ପାଇଛି । ରାୟଗଡାରୁ ୨ଜଣ ଗଞ୍ଜାମ, କଳାହାଣ୍ଡି, ଖୋର୍ଦ୍ଧା, ପୁରୀ ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ହୋଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.