ଆଜି ରାଜ୍ୟରେ ୧୪ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ତେବେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୬୮କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ରାୟଗଡ଼ା ଜିଲ୍ଲାରୁ ୪ ଜଣ, କେନ୍ଦୁଝର ୨ ଜଣ ରହିଥିବା ବେଳେ ସୁନ୍ଦରଗଡ଼, ଖୋର୍ଦ୍ଧା, ଜଗତସିଂହପୁର, ଗଞ୍ଜାମ, ଦେବଗଡ଼, ବୌଦ୍ଧ, ବଲାଙ୍ଗୀର ଓ ଭଦ୍ରକ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.