ଓଡିଶାରେ ଘୋଷଣା ହେଲା ଲକ୍‌ଡାଉନ୍‌

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ମେ’ ୫ ରୁ ୧୯ ତାରିଖ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି । ଘୋଷଣା ଅନୁସାରେ ଚଳିତ ମଇ ମାସ ୦୫ ବୁଧବାର ସକାଳ ଠାରୁ ୧୯ ତାରିଖ ବୁଧବାର ସକାଳ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ଜାରି ରହିବ । ଶନିବାର ଓ ରବିବାର ଦିନ ପୂର୍ବ ଭଳି ସମ୍ପୂର୍ଣ୍ଣ ସଟ୍‌ଡାଉନ୍ ବଳବତ୍ତର ରହିବ । ସପ୍ତାହର ସବୁ ଦିନ ଟୀକାକରଣ ଓ ଟେଷ୍ଟିଂ କାର୍ଯ୍ୟ ଜାରି ରହିବ। ବସ୍ ଚଳାଚଳ ବନ୍ଦ ରହିବ । ଫଳ, ପନିପରିବା, ମାଛମାଂସ ଦୋକାନ ଲକ୍‌ଡାଉନ୍‌ ସମୟରେ ୩୦ ଫୁଟ ଦୂରତା ବଜାୟ ରଖି ସକାଳ ୬ଟାରୁ ୧୨ଟା ପର୍ଯ୍ୟନ୍ତ ଖୋଲା ରହିବ । ଏ ସଂକ୍ରନ୍ତରେ ସମ୍ପୂର୍ଣ୍ଣ ବିବରଣୀ ପ୍ରଦାନ କରାଯିବ ।

ରାଜ୍ୟରେ ଚଳିତ ମଇ ମାସ ୦୫ ବୁଧବାର ସକାଳ ଠାରୁ ୧୯ ତାରିଖ ବୁଧବାର ସକାଳ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି । ଏହି ସମୟରେ ୫ଶହ ମିଟର ଦୂରତା ମଧ୍ୟରେ ସକାଳ ୬ଟାରୁ ୧୨ଟା ମଧ୍ୟରେ ଚାଲି ଚାଲି ଯାଇ ପନିପରିବା ଇତ୍ୟାଦି କ୍ରୟ କରି ପାରିବେ ।

ତେବେ ସ୍ୱାସ୍ଥ୍ୟସେବା ତଥା ଅନ୍ୟାନ୍ୟ ଜରୁରୀ ସେବା ପାଇଁ କୌଣସି କଟକଣା ନାହିଁ । ଏ ସଂପର୍କରେ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.