କ୍ୟାବିନେଟ୍ ବୈଠକରେ କୋଭିଡ୍ ମୁକାବିଲା ପାଇଁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ୍ ବୈଠକରେ ଗତକାଲି କୋଭିଡ୍ ମୁକାବିଲା ପାଇଁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି । ବିଶ୍ୱର ବିଭିନ୍ନ ପ୍ରମୁଖ ଟୀକା କମ୍ପାନୀରୁ ଟୀକା ସଂଗ୍ରହ ନିମନ୍ତେ ପଦକ୍ଷେପ ନିଆଯିବ । ଏଥିପାଇଁ ଏକ ଗ୍ଲୋବାଲ୍ ଟେଣ୍ଡର ଜାରି କରାଯିବାକୁ ନିଷ୍ପତ୍ତି ହୋଇଛି । ଏଥିପାଇଁ ଏକ ବୈଷୟିକ କମିଟି ଗଠନ କରାଯିବ । ରାଜ୍ୟ ସରକାର ନିଜସ୍ୱ ସମ୍ବଳର ବିନିଯୋଗ କରି କୋଭିଡ଼ ବିରୁଦ୍ଧରେ ଲଢ଼େଇକୁ ଜୋରଦାର କରିବା ଏବଂ ରୋଗୀଙ୍କୁ ଉପଯୁକ୍ତ ଚିକିତ୍ସା ସେବା ଯୋଗାଇବା ପାଇଁ ତାଙ୍କର ଦୃଢ଼ ସକଳ୍ପର ପୁନଃଘୋଷଣା କରିଛନ୍ତି । କୋଭିଡ୍ ଯୋଦ୍ଧାଙ୍କ ନିଷ୍ଠା ଓ ତ୍ୟାଗ ମନୋଭାବକୁ ରାଜ୍ୟ କ୍ୟାବିନେଟ ଉଚ୍ଚ ପ୍ରଶଂସା କରିଛନ୍ତି । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.