ଦେଶରେ ୩ ଲକ୍ଷ ୨୯ ହଜାର ୯୪୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ : ୧୪ ଦିନ ପରେ ଦେଶରେ କମିଲା କରୋନା ସଂକ୍ରମଣ । ଗତ ୨୪ ଘଂଟା ଭିତରେ ଦେଶରେ ୩ ଲକ୍ଷ ୨୯ ହଜାର ୯୪୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ତେବେ ଗୋଟିଏ ଦିନରେ ମୋଟ୍ ୧୮ ଲକ୍ଷ ୫୦ ହଜାର ୧୧୦ଟି ନମୂନା ପରୀକ୍ଷା ହୋଇଥିଲା । ଅର୍ଥାତ ଗତ ୨୪ ଘଂଟାରେ ଟେଷ୍ଟ ପଜିଟିଭିଟି ରେଟ ୧୭.୮୩ ପ୍ରତିଶତ ରହିଛି । ଏପଟେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ସୂଚନା ଅନୁସାରେ ବର୍ତମାନ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩୭ ଲକ୍ଷ ୧୫ ହଜାର ୨୨୧କୁ ଖସିଆସିଛି । ଯାହା ଆଜି ପର୍ଯ୍ୟନ୍ତ ଦେଶରେ ଚିହ୍ନଟ ହୋଇଥିବା ମୋଟ୍ ସଂକ୍ରମଣର ୧୬.୧୬ ପ୍ରତିଶତ । ସେହିପରି ରିକୋଭରି ରେଟ୍ ଅର୍ଥାତ କରୋନାରୁ ସୁସ୍ଥ ହେଉଥିବା ବ୍ୟକ୍ତିଙ୍କ ହାର ୮୨.୭୫ ପ୍ରତିଶତକୁ ବୃଦ୍ଧି ପାଇଛି । ବର୍ତମାନ ଦେଶରେ କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୧ କୋଟି ୯୦ ଲକ୍ଷ ୨୭ ହଜାର ୩୦୪ ରହିଛି ।

Leave A Reply

Your email address will not be published.