ରାଜ୍ୟରେ ଆଜି ୨୨ ଜଣ କରୋନା ଆକ୍ରାନ୍ତଙ୍କ ପ୍ରାଣହାନୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ କରୋନା ସଂକ୍ରମଣ ବଢୁଥିବା ବେଳେ ମଧ୍ୟ ମୃତ୍ୟୁ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଆଜି ରାଜ୍ୟରେ ୨୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୩୩୫କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ବୌଦ୍ଧ, କୋରାପୁଟ, ଖୋର୍ଦ୍ଧା, ନୂଆପଡ଼ା, ରାୟଗଡ଼ା, ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ ଜିଲ୍ଲାରୁ ୨ଜଣ ରହିଛନ୍ତି । ସେହିପରି ଗଜପତି ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ରହିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.