ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୧ ଜଣ କରୋନା ଆକ୍ରାନ୍ତଙ୍କ ପ୍ରାଣହାନୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ୨୧ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୩୭୮କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ କଳାହାଣ୍ଡିରୁ ୩ ଜଣ ରହିଥିବା ବେଳେ ଖୋର୍ଦ୍ଧା, କୋରାପୁଟ, ମୟୂରଭଞ୍ଜ, ସମ୍ବଲପୁର ଓ ସୁନ୍ଦରଗଡ଼ରୁ ୨ ଲେଖାଏଁ ଆକ୍ରାନ୍ତଙ୍କ ରହିଛନ୍ତି । ସେହିପରି କେନ୍ଦୁଝର, ନୟାଗଡ଼, ନୂଆପଡ଼ା, ପୁରୀ, କନ୍ଧମାଳ, କଟକ, ବଲାଙ୍ଗିର, ବରଗଡ଼ରୁ ଜଣେ ଲେଖାଏଁ ରହିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.