ଭୁବନେଶ୍ୱର, (କେପିଏନ୍ଏସ୍) : ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ୨୫ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଇଛି କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୪୦୩କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଓ କଳାହାଣ୍ଡି ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ ଜିଲ୍ଲାରୁ ୩ଜଣ ରହିଛନ୍ତି । ଗଞ୍ଜାମ, ରାୟଗଡ଼ା, ସୁନ୍ଦରଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ବାଲେଶ୍ୱର, ନୂଆପଡ଼ା, ବରଗଡ଼, ବଲାଙ୍ଗିର, ବୌଦ୍ଧ, କଟକ , କେନ୍ଦୁଝର ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
Prev Post