ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୩ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଇଛି କରୋନା

ଭୁବନେଶ୍ୱର, (କେପିଏନଏସ) : ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୫୪୯କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭ ଜଣ ରହିଛନ୍ତି । ଅନୁଗୁଳ, ଝାରସୁଗୁଡ଼ା ଓ କଳାହାଣ୍ଡି ଜିଲ୍ଲାରୁ ୪ ଜଣ ଲେଖାଏଁ ରହିଥିବା ବେଳେ ସୋନପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ ରହିଛନ୍ତି । ସେହିପରି ଗଞ୍ଜାମ ଓ କେନ୍ଦୁଝର ଜିଲ୍ଲାରୁ ୨ ଜଣ ଲେଖାଏଁ ରହିଥିବା ବେଳେ ଦେବଗଡ଼, ଯାଜପୁର, କନ୍ଧମାଳ ଓ କୋରାପୁଟ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରନ୍ତଙ୍କ ରହିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.