oom

ଗତ ୨୪ ଘଂଟାରେ ରାଜ୍ୟରେ ୬୭୩୬ ନୂଆ ଆକ୍ରାନ୍ତ ଚିହ୍ନଟ

jsmm

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୬୭୩୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧,୦୬,୪୪୦ରେ ରହିଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩୭୭୪ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୨୯୬୨ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ଅନୁଗୁଳରୁ ୭୮୮, ବାଲେଶ୍ୱରରୁ ୭୧, ବରଗଡ଼ରୁ ୪୦୫, ଭଦ୍ରକରୁ ୨୦୬, ବଲାଙ୍ଗିରରୁ ୧୪୪, ବୌଦ୍ଧରୁ ୨୬୨, କଟକରୁ ୩୬୨, ଦେବଗଡ଼ରୁ ୬୪, ଢେ଼ଙ୍କାନାଳରୁ ୧୭୮, ଗଜପତିରୁ ୮୦, ଗଂଜାମରୁ ୧୯୬, ଜଗତସିଂହପୁରରୁ ୧୦୬, ଯାଜପୁରରୁ ୩୭୪, ଝାରସୁଗୁଡ଼ାରୁ ୧୨୦, କଳାହାଣ୍ଡିରୁ ୨୪୧, କନ୍ଧମାଳରୁ ୮୫, କେନ୍ଦ୍ରାପଡ଼ାରୁ ୨୪, କେଉଁଝରରୁ ୨୪, ଖୋର୍ଦ୍ଧାରୁ ୫୧୭, କୋରାପୁଟରୁ ୨୧୯, ମାଲକାନଗିରିରୁ ୯୮, ମୟୁରଭଂଜରୁ ୩୪, ନବରଂଗପୁରରୁ ୨୮୨, ନୟାଗଡ଼ରୁ ୨୦୭, ନୂଆପଡ଼ାରୁ ୪୮, ପୁରୀରୁ ୨୬୫, ରାୟଗଡ଼ାରୁ ୧୨୩, ସମ୍ବଲପୁରରୁ ୩୦୯, ସୋନପୁରରୁ ୮୨, ସୁନ୍ଦରଗଡ଼ରୁ ୭୨୦ ଓ ଷ୍ଟେଟ ପୁଲ୍‌ରୁ ୧୦୨ ଚିହ୍ନଟ ହୋଇଛନ୍ତି ।

jittmm
Leave A Reply

Your email address will not be published.