ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭୁବନେଶ୍ୱରରେ ପହଂଚି ବାତ୍ୟା ‘ୟାସ’ ଜନିତ କ୍ଷୟକ୍ଷତି ସମ୍ପର୍କରେ ସମୀକ୍ଷା କରୁଛନ୍ତି । ଭୁବନେଶ୍ୱର ବିମାନବନ୍ଦରରେ ଅନୁଷ୍ଠିତ ଏକ ବୈଠରେ ମୋଦୀ ଏହାର ସମୀକ୍ଷା କରିଛନ୍ତି । ଏହି ବୈଠକରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତ ଅଛନ୍ତି । ଏହାଛଡ଼ା ଦୁଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡ଼ଙ୍ଗୀ ଉପସ୍ଥିତ ରହିଥିବା ବେଳେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ପୁଲିସ ଡିଜି ଶ୍ରୀ ଅଭୟ ଓ ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ପ୍ରମୁଖ ଉପସ୍ଥିତ ଅଛନ୍ତି । ବୈଠକ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବାତ୍ୟାଞ୍ଚଳ ପରିଦର୍ଶନ କରିବେ । ଆକାଶ ମାର୍ଗରୁ ମୋଦୀ ବାତ୍ୟାରେ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଥିବା ଭଦ୍ରକ ଓ ବାଲେଶ୍ୱରର ସ୍ଥିତି ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି ।