ଭୁବନେଶ୍ୱର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଟିକିଏ ଆଶ୍ୱସ୍ତି ମିଳିଥିବା ବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ବ୍ରେକ ଲାଗିନଥିବା ଜଣାପଡିଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୬୮୬କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୫ ଜଣ ରହିଥିବା ବେଳେ କଳାହାଣ୍ଡି ଓ ରାୟଗଡା ଜିଲ୍ଲାରୁ ୪ ଜଣ ଲେଖାଏଁ ରହିଛନ୍ତି । ଝାରସୁଗୁଡା, ଖୋର୍ଦ୍ଧା, ନବରଙ୍ଗପୁର ଓ ସୁନ୍ଦରଗଡ ଜିଲ୍ଲାରୁ ୩ ଜଣ ଲେଖାଏଁ ରହିଥିବା ବେଳେ ବୌଦ୍ଧ, ଜଗତସିଂପୁର, କୋରାପୁଟରୁ ୨ ଜଣ ଲେଖାଏଁ ରହିଛନ୍ତି । ସେହିପରି କଟକ, ମାଲକାନଗିରି, ସମ୍ବଲପୁର ଓ ସୋନପୁରରୁ ଜଣେ ଲେଖାଏଁ ରହିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।