ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୭ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୭୯୧କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫ଜଣ ରହିଥିବା ବେଳେ କଟକ, କଳାହାଣ୍ଡି ଜିଲ୍ଲାରୁ ୪ଜଣ ଲେଖାଏଁ ରହିଛନ୍ତି । ସେହିଭଳି ଝାରସୁଗୁଡ଼ା, ଖୋର୍ଦ୍ଧା, ନବରଙ୍ଗପୁର, ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ କେନ୍ଦ୍ରାପଡ଼ା, ନୂଆପଡ଼ା, ରାୟଗଡ଼ା, ସୋନପୁର ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ବଲାଙ୍ଗୀର, ଗଜପତି, ଗଞ୍ଜାମ, କୋରାପୁଟ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.