jayashree

ଗତ ୨୪ ଘଂଟାରେ ୮୩୯୯ ନୂଆ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ୧୧୦୨

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୮୩୯୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ହ୍ରାସ ପାଇ ୮୭୨୨୦କୁ ଖସିଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୭୪୧ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୩୬୫୮ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ଅନୁଗୁଳରୁ ୪୬୮, ବାଲେଶ୍ୱରରୁ ୨୪୦, ବରଗଡ଼ରୁ ୧୮୯, ଭଦ୍ରକରୁ ୧୪୭, ବଲାଙ୍ଗିରରୁ ୧୧୬, ବୌଦ୍ଧରୁ ୧୬୬, କଟକରୁ ୭୬୬, ଦେବଗଡ଼ରୁ ୮୧, ଢେ଼ଙ୍କାନାଳରୁ ୪୫୧, ଗଜପତିରୁ ୮୦, ଗଂଜାମରୁ ୬୫, ଜଗତସିଂହପୁରରୁ ୨୬୯, ଯାଜପୁରରୁ ୫୧୪, ଝାରସୁଗୁଡ଼ାରୁ ୫୩, କଳାହାଣ୍ଡିରୁ ୧୯୦, କନ୍ଧମାଳରୁ ୯୫, କେନ୍ଦ୍ରାପଡ଼ାରୁ ୨୧୦, କେଉଁଝରରୁ ୧୮୬, ଖୋର୍ଦ୍ଧାରୁ ୧୧୦୨, କୋରାପୁଟରୁ ୧୭୮, ମାଲକାନଗିରିରୁ ୧୨୮, ମୟୁରଭଂଜରୁ ୪୮୫, ନବରଂଗପୁରରୁ ୨୦୦, ନୟାଗଡ଼ରୁ ୨୨୩, ନୂଆପଡ଼ାରୁ ୩୪, ପୁରୀରୁ ୪୭୫, ରାୟଗଡ଼ାରୁ ୨୯୨, ସମ୍ବଲପୁରରୁ ୧୯୧, ସୋନପୁରରୁ ୧୪୩, ସୁନ୍ଦରଗଡ଼ରୁ ୪୭୭ ଓ ଷ୍ଟେଟ ପୁଲ୍‌ରୁ ୧୮୫ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.