ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୦ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୦ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୮୩୧କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଅନୁଗୁଳ, କଟକ, ଖୋର୍ଦ୍ଧା ଓ କଳାହାଣ୍ଡି ଜିଲ୍ଲାରୁ ୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଝାରସୁଗୁଡାରୁ ୪, ବୌଦ୍ଧ ଓ ରାୟଗଡାରୁ ୩ ଜଣ ଲେଖାଏଁ ରହିଛନ୍ତି । ସେହିପରି ସମ୍ବଲପୁର ଓ ନବରଙ୍ଗପୁର, ଦେଓଗଡରୁ ୨ ରହିଥିବା ବେଳେ ବାଲେଶ୍ଵର, ଢେଙ୍କାନାଳ, ଯାଜପୁର, ମାଲକାନଗିରିରୁ ଜଣେ ରହିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.