ଗତ ୨୪ ଘଂଟାରେ ୭୦୦୨ ନୂଆ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ୧୧୬୭

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୭୦୦୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ହ୍ରାସ ପାଇ ୭୮୦୩୧କୁ ଖସିଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩୯୨୧ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୩୦୮୧ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ଅନୁଗୁଳରୁ ୩୮୮, ବାଲେଶ୍ୱରରୁ ୩୩୧, ବରଗଡ଼ରୁ ୧୧୭, ଭଦ୍ରକରୁ ୨୬୭, ବଲାଙ୍ଗିରରୁ ୮୯, ବୌଦ୍ଧରୁ ୧୩୪, କଟକରୁ ୭୭୧, ଦେବଗଡ଼ରୁ ୬୪, ଢେ଼ଙ୍କାନାଳରୁ ୧୦୬, ଗଜପତିରୁ ୪୮, ଗଂଜାମରୁ ୭୪, ଜଗତସିଂହପୁରରୁ ୨୩୨, ଯାଜପୁରରୁ ୪୮୬, ଝାରସୁଗୁଡ଼ାରୁ ୯୭, କଳାହାଣ୍ଡିରୁ ୧୦୩, କନ୍ଧମାଳରୁ ୩, କେନ୍ଦ୍ରାପଡ଼ାରୁ ୧୮୮, କେଉଁଝରରୁ ୧୪୮, ଖୋର୍ଦ୍ଧାରୁ ୧୧୬୭, କୋରାପୁଟରୁ ୧୫୮, ମାଲକାନଗିରିରୁ ୯୫, ମୟୁରଭଂଜରୁ ୩୭୦, ନବରଂଗପୁରରୁ ୧୯୮, ନୟାଗଡ଼ରୁ ୧୯୬, ନୂଆପଡ଼ାରୁ ୨୮, ପୁରୀରୁ ୩୦୬, ରାୟଗଡ଼ାରୁ ୨୨୨, ସମ୍ବଲପୁରରୁ ୧୦୭, ସୋନପୁରରୁ ୫୯, ସୁନ୍ଦରଗଡ଼ରୁ ୨୪୩ ଓ ଷ୍ଟେଟ ପୁଲ୍‌ରୁ ୨୦୭ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.