ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୧୬୭କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ ରହିଥିବା ବେଳେ ଅନୁଗୁଳ, ବରଗଡ଼, କଟକ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ ଲେଖାଏଁ ରହିଛନ୍ତି । ସେହିପରି କଳାହାଣ୍ଡି, ସୁନ୍ଦରଗଡ଼, ପୁରୀ, ରାୟଗଡ଼ା ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ବଲାଙ୍ଗିର, ବୌଦ୍ଧ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ଦେଓଗଡ଼, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା ଏବଂ ସମ୍ବଲପୁରରୁ ଜଣେ ଲେଖାଏଁ ରହିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
Next Post