ପରଲୋକରେ ପଦ୍ମଶ୍ରୀ ପ୍ରଫେସର ରାଧାମୋହନ

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ଗତକାଲି ରାତିରେ ପଦ୍ମଶ୍ରୀ ପ୍ରଫେସର ରାଧାମୋହନ ପରଲୋକ ହୋଇଯାଇଛି । ତାଙ୍କ ଦେହାନ୍ତ ବେଳକୁ ତାଙ୍କୁ ୭୮ ବର୍ଷ ବୟସ ହୋଇଥିଲା । ଅସୁସ୍ଥତା କାରଣରୁ ଗତ କିଛି ଦିନ ହେବ ତାଙ୍କର ଚିକିତ୍ସା ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚାଲିଥିଲା । ତେବେ ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ରାତିରେ ତାଙ୍କର ଦେହାନ୍ତ ହୋଇଛି । ପରଲୋକ ନେଇ ଝିଅ ସାବରମତୀ ସୂଚନା ଦେଇଛନ୍ତି । ୨୦୨୦ ମସିହାରେ ରାଧାମୋହନ ଓ ତାଙ୍କ ଝିଅ ସାବରମତୀଙ୍କୁ ପଦ୍ମଶ୍ରୀ ସମ୍ମାନ ମିଳିଥିଲା । ନୟାଗଡ଼ରେ ଖାଲି ପଡ଼ିଥିବା ଜମିରେ ଜୈବିକ ଚାଷ କରି ପରିବର୍ତ୍ତନ ଆଣିଥିଲେ ରାଧାମୋହନ । ପୂର୍ବରୁ ରାଜ୍ୟର ସୂଚନା କମିଶନର ଭାବେ ଦାୟିତ୍ୱ ତୁଲାଇଛନ୍ତି । ସେହିପରି ଜଣେ ଶିକ୍ଷାବିତ୍, ସାମାଜିକ କର୍ମୀ ଓ ପରିବେଶବିତ୍ ଭାବରେ ଜଣାଶୁଣା ଥିଲେ । ତାଙ୍କର ପରଲୋକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟପାଳ ଗଣେଶୀ ଲାଲ, ରାଜନେତା ଓ ଶିକ୍ଷାବିତ୍ ଶୋକବ୍ୟକ୍ତ କରିଛନ୍ତି ।

Leave A Reply

Your email address will not be published.