oom

ରାଜ୍ୟରେ ସାଢେ଼ ୪ ହଜାର ତଳେ ଦୈନିକ ସଂକ୍ରମଣ : ଗତ ୨୪ ଘଂଟାରେ ୪୪୬୯ ନୂଆ ଆକ୍ରାନ୍ତ ଚିହ୍ନଟ

jsmm

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ । ଗତ ୨୪ ଘଂଟାରେ ସାଢେ଼ ୪ ହଜାର ତଳକୁ ଖସିଛି । ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୪୪୬୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ହ୍ରାସ ପାଇ ୫୯୩୬୧କୁ ଖସିଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୫୪୬ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୧୯୨୩ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ଅନୁଗୁଳରୁ ୨୨୬, ବାଲେଶ୍ୱରରୁ ୩୧୮, ବରଗଡ଼ରୁ ୮୫, ଭଦ୍ରକରୁ ୧୬୫, ବଲାଙ୍ଗିରରୁ ୫୬, ବୌଦ୍ଧରୁ ୯୦, କଟକରୁ ୪୧୩, ଦେବଗଡ଼ରୁ ୨୩, ଢେ଼ଙ୍କାନାଳରୁ ୨୫୨, ଗଜପତିରୁ ୨୬, ଗଂଜାମରୁ ୪୩, ଜଗତସିଂହପୁରରୁ ୧୪୦, ଯାଜପୁରରୁ ୩୭୦, ଝାରସୁଗୁଡ଼ାରୁ ୨୭, କଳାହାଣ୍ଡିରୁ ୭୨, କନ୍ଧମାଳରୁ ୨୮, କେନ୍ଦ୍ରାପଡ଼ାରୁ ୫୯, କେଉଁଝରରୁ ୯୬, ଖୋର୍ଦ୍ଧାରୁ ୬୧୨, କୋରାପୁଟରୁ ୮୭, ମାଲକାନଗିରିରୁ ୭୫, ମୟୁରଭଂଜରୁ ୨୧୬, ନବରଂଗପୁରରୁ ୧୧୮, ନୟାଗଡ଼ରୁ ୧୨୮, ନୂଆପଡ଼ାରୁ ୧୪, ପୁରୀରୁ ୨୪୩, ରାୟଗଡ଼ାରୁ ୧୩୭, ସମ୍ବଲପୁରରୁ ୬୧, ସୋନପୁରରୁ ୬୦, ସୁନ୍ଦରଗଡ଼ରୁ ୧୦୩ ଓ ଷ୍ଟେଟ ପୁଲ୍‌ରୁ ୧୦୬ ଚିହ୍ନଟ ହୋଇଛନ୍ତି ।

jittmm
Leave A Reply

Your email address will not be published.