ରଜ ପର୍ବ ପାଇଁ ଓଟିଡିସି ପକ୍ଷରୁ ଆରମ୍ଭ ହେଲା ‘ପିଠା ଅନ୍ ହ୍ୱିଲ୍‌’ ଯୋଜନା : ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ଓଡ଼ିଶାର ସାଂସ୍କୃତିକ ଗଣପର୍ବ ରଜ ମହୋତ୍ସବକୁ ନିରାଡ଼ମ୍ବର ଭାବେ ପାଳନ କରିବାକୁ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ(ଓଟିଡିସି) ନିଷ୍ପତ୍ତି ନେଇଛି । ଆସନ୍ତାକାଲିଠୁ ‘ପିଠା ଅନ୍ ହ୍ୱିଲ୍‌’ ମାଧ୍ୟମରେ ରାଜଧାନୀ ଭୁବନେଶ୍ୱର ସମେତ ସମ୍ବଲପୁର ଓ କଟକରେ ସୁଲଭ ଦରରେ ସୁସ୍ୱାଦୁ ଓଡ଼ିଆ ପିଠା ଯୋଗାଇ ଦିଆଯିବ । ଅନ୍ୟପକ୍ଷରେ ଓଡ଼ିଶାର ଏହି ସାଂସ୍କୃତିକ ଗଣପର୍ବ ରଜ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀ ବିଶେଷକରି ମା’, ଝିଅମାନେ ଓ ଓଟିଡିସି କର୍ମଚାରୀଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ତେବେ ଏହି କାର୍ଯ୍ୟକ୍ରମକୁ ଆଜି ଓଟିଡିସି ଅଧ୍ୟକ୍ଷା ଶ୍ରୀମତୀ ଶ୍ରୀମୟୀ ମିଶ୍ର ଉଦଘାଟନ କରିଥିବା ବେଳେ ଶ୍ରୀମତୀ ମିଶ୍ର ପ୍ରାରମ୍ଭରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବାର୍ତ୍ତା ପାଠ କରିଥିଲେ ।

Leave A Reply

Your email address will not be published.