ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୪ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୩୩୯ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୩୪୬କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ ରହିଥିବା ବେଳେ ବାଲେଶ୍ୱର, ବରଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, କେନ୍ଦୁଝର, ପୁରୀ, ରାୟଗଡ଼ା, ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି କଳାହାଣ୍ଡି, ନୟାଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ଭଦ୍ରକ, ବୌଦ୍ଧ , ଢେଙ୍କାନାଳ , ଗଞ୍ଜାମ, ଝାରସୁଗୁଡ଼ା, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.