ଗତ ୨୪ ଘଂଟାରେ ରାଜ୍ୟରେ ୩୫୩୫ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୪୩୩୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ହ୍ରାସ ପାଇ ୪୭୭୯୬କୁ ଖସିଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୦୧୬ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୧୫୧୯ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ଅନୁଗୁଳରୁ ୨୦୭, ବାଲେଶ୍ୱରରୁ ୨୯୬, ବରଗଡ଼ରୁ ୮୬, ଭଦ୍ରକରୁ ୧୮୪, ବଲାଙ୍ଗିରରୁ ୧୮, ବୌଦ୍ଧରୁ ୫୨, କଟକରୁ ୩୨୦, ଦେବଗଡ଼ରୁ ୨୫, ଢେ଼ଙ୍କାନାଳରୁ ୫୬, ଗଜପତିରୁ ୨୭, ଗଂଜାମରୁ ୨୬, ଜଗତସିଂହପୁରରୁ ୯୦, ଯାଜପୁରରୁ ୩୪୮, ଝାରସୁଗୁଡ଼ାରୁ ୧୨, କଳାହାଣ୍ଡିରୁ ୩୫, କନ୍ଧମାଳରୁ ୫୬, କେନ୍ଦ୍ରାପଡ଼ାରୁ ୧୦୪, କେଉଁଝରରୁ ୯୨, ଖୋର୍ଦ୍ଧାରୁ ୫୩୩, କୋରାପୁଟରୁ ୫୬, ମାଲକାନଗିରିରୁ ୬୮, ମୟୁରଭଂଜରୁ ୧୫୩, ନବରଂଗପୁରରୁ ୮୫, ନୟାଗଡ଼ରୁ ୯୫, ନୂଆପଡ଼ାରୁ ୧୫, ପୁରୀରୁ ୧୮୭, ରାୟଗଡ଼ାରୁ ୭୩, ସମ୍ବଲପୁରରୁ ୩୯, ସୋନପୁରରୁ ୩୯, ସୁନ୍ଦରଗଡ଼ରୁ ୭୬ ଓ ଷ୍ଟେଟ ପୁଲ୍‌ରୁ ୮୨ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.