ଦେଶରେ ୨୪ ଘଣ୍ଟାରେ ମଧ୍ୟରେ ୬୭୨୦୮ ଆକ୍ରାନ୍ତ ଚିହ୍ନଟ : ୨୩୩୦ ମୃତ

ନୂଆଦିଲ୍ଲୀ : ଦେଶରେ ଧିରେ ଧିରେ କରୋନା ସଂକ୍ରମଣ କମିବାରେ ଲାଗିଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୪ ଘଣ୍ଟାରେ ୬୭୨୦୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୨୩୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୨୩୩୦ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୯୭ଲକ୍ଷ ୩୧୩ରେ ପହଞ୍ଚିଛି । ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୩ ଲକ୍ଷ ୮୧ ହଜାର ୯୦୩ରେ ପହଞ୍ଚିଛି । ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୮୪ ଲକ୍ଷ ୯୧ ହଜାର ୬୭୦ରେ ପହଁଚିଛି । ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୮୨୬୭୪୦ ।

Leave A Reply

Your email address will not be published.