jayashree

ବିଷ ପିଇ ଯୁବତୀଙ୍କ ଆତ୍ମହତ୍ୟା

ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଳକ କୁମ୍ଭାରୀ ଗ୍ରାମରେ ଇନ୍ଦୁ ରଣା ନାମ୍ନୀ ଜଣେ ଯୁବତୀ ବିଷ ପିଇ ଆତ୍ମହତ୍ୟା କରିଥିବା ଜଣାପଡିଛି । ତେବେ ଯୁବତୀ ଜଣକ କେଉଁ କାରଣରୁ ଆତ୍ମହତ୍ୟା କଲେ, ତାହାର କାରଣ ଅସ୍ପଷ୍ଟ ରହିଛି । ଯୁବତୀଙ୍କ ସ୍ୱାସ୍ଥ୍ୟାବସ୍ଥା ଅତି ଗୁରୁତ୍ୱର ହେବାରୁ ତାଙ୍କୁ ପ୍ରଥମେ ସଇଁନ୍ତଲା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଚିକିତ୍ସା ପାଇଁ ପରିବାର ଲୋକେ ଆଣିବା ପରେ ଯୁବତୀଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ । ପରେ ବଲାଙ୍ଗିର ଭୀମ ଭୋଇ ମେଡିକାଲ କଲେଜ ଓ ହସ୍ପିଟାଲକୁ ଶବ ବ୍ୟବଛେଦ ପାଇଁ ପଠା ଯାଇଥିବା ସୂଚନା ରହିଛି ।

Leave A Reply

Your email address will not be published.