ଚାଲିଗଲେ କଣ୍ଠଶିଳ୍ପୀ ତପୁ ମିଶ୍ର

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ଓଲିଉଡ୍‌ର ସୁନାମଧନ୍ୟ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କ ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୩୬ ବର୍ଷ ବୟସ ହେଉଥିଲା । ଗତ ମେ’ ୨୦ ତାରିଖରେ କରୋନାରେ ଆକ୍ରାନ୍ତ ହୋଇ ତପୁ ସ୍ପର୍ଶ ହସ୍‌ପିଟାଲ୍‌ରେ ଭର୍ତ୍ତି ହୋଇଥିଲେ । ସେଠାରେ ସ୍ୱାସ୍ଥ୍ୟାବସ୍ଥାରେ ସୁଧାର ନ ଆସିବାରୁ ତାଙ୍କୁ ସମ୍‌ କୋଭିଡ୍‌ ହସ୍‌ପିଟାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ସେ କରୋନା ମୁକ୍ତ ହୋଇଥିଲେ ମଧ୍ୟ କରୋନା ଯୋଗୁଁ ତାଙ୍କର ଫୁସ୍‌ଫୁସ୍‌ର ୭୫% ସଂକ୍ରମିତ ହୋଇଯାଇଥିଲା । ତେଣୁ ଚିକିତ୍ସା ପାଇଁ ଗତ କିଛି ଦିନ ହେଲା ସମ୍‌ ପ୍ରାଇଭେଟ୍‌ ଆଇସିୟୁରେ ଭର୍ତ୍ତି ହୋଇଥିଲେ । ତାଙ୍କୁ ଅକ୍ସିଜେନ୍ ଦିଆଯାଉଥିଲା । ଦୀର୍ଘ ୨୮ ଦିନ ଧରି ହସ୍ପିଟାଲ୍‌ରେ ଚିକିତ୍ସିତ ହେବା ପରେ ଶନିବାର ରାତିରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ତାଙ୍କ ବିୟୋଗରେ କଳାକାର ଜଗତରେ ଶୋକାକୂଳ ପରିବେଶ ସୃଷ୍ଟି କରିଛି । ତପୁ ମିଶ୍ର ଓଡ଼ିଆ ସଂଗୀତ ଦୁନିଆର ଜଣେ ପରିଚିତ ଚେହେରା । ଦୀର୍ଘ ଦୁଇ ଦଶନ୍ଧି ଧରି ସେ ଓଡ଼ିଆ ଦର୍ଶକ ଓ ଶ୍ରୋତାଙ୍କୁ ଦେଇଛନ୍ତି ବହୁ ହିଟ୍‌ ଗୀତ ।

Leave A Reply

Your email address will not be published.