ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୦ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୦ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୫୯୦କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ କଟକ ଓ ବରଗଡ ଜିଲ୍ଲାରୁ ୫ ଜଣ, କୋରାପୁଟ, ମୟୂରଭଞ୍ଜ, ରାୟଗଡାରୁ ୪ ଜଣ ଲେଖାଏଁ, ଗଞ୍ଜାମ, ଝାରସୁଗୁଡା, ଖୋର୍ଦ୍ଧାରୁ ୩ ଜଣ ଲେଖାଏଁ, ବଲାଙ୍ଗୀର, ପୁରୀ, ସୁନ୍ଦରଗଡ଼ରୁ ୨ ଜଣ ଲେଖାଏଁ, ଅନୁଗୁଳ, ମାଲକାନଗିରି, ନୟାଗଡ଼ରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.