ସଷ୍ଟେନେବଲ୍ ଡେଭେଲପମ୍ୟାଣ୍ଟ୍ ଗୋଲ୍‌ରେ ୨୦୨୦-୨୧ରେ ଓଡିଶାକୁ ୬୧ ପଏଣ୍ଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟ ସରକାରଙ୍କ ଅନୁରୋଧ କ୍ରମେ ଓଡିଶା ଆସିଥିବା ନୀତି ଆୟୋଗର ପ୍ରତିନିଧି ଦଳ ସହିତ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଗତକାଲି ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ “ସଷ୍ଟେନେବଲ୍ ଡେଭେଲପମ୍ୟାଣ୍ଟ୍ ଗୋଲ୍” ସୂଚୀ ସମ୍ପର୍କରେ ବିଶଦ ଭାବରେ ଆଲୋଚନା କରାଯାଇଛି । ଓଡିଶା ସରକାରଙ୍କ ପକ୍ଷରୁ କାର୍ୟ୍ୟକାରୀ ହୋଇଥିବା ମମତା ଯୋଜନା ଏବଂ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଭଳି ଯୋଜନାଗୁଡିକୁ ଏହି ସୂଚୀରେ ଅନ୍ତର୍ଭୁକ୍ତ କରିବା ପାଇଁ ପ୍ରସ୍ତାବ ଦିଆଯାଇଥିଲା । ୨୦୧୮ ମସିହାରେ ନୀତି ଆୟୋଗର ଏହି ସୂଚୀରେ ଓଡିଶା ୫୧ ପଏଣ୍ଟ ହାସଲ କରିଥିବା ବେଳେ ୨୦୨୦-୨୧ରେ ଓଡିଶାକୁ ୬୧ ପଏଣ୍ଟ ମିଳିଛି । ସଷ୍ଟେନେବଲ୍ ଡେଭେଲପମ୍ୟାଣ୍ଟ୍ ଗୋଲ୍-୨୦୩୦ ଲକ୍ଷ୍ୟ ହାସଲ ନିମନ୍ତେ ରାଜ୍ୟର ବରିଷ୍ଠ ଅଧିକାରୀମାନଙ୍କୁ ନେଇ ଭିନ୍ନ ଭିନ୍ନ ଲକ୍ଷ୍ୟ ପୂରଣ ପାଇଁ ୭ଟି ୱର୍କିଙ୍ଗ୍ ଗ୍ରୁପ୍ ଗଠନ କରାଯିବା ସହ ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏକ ପ୍ରକଳ୍ପ ପରିଚାଳନା ୟୁନିଟ୍ ଗଠନ କରାଯିବ ବୋଲି ମୁଖ୍ୟ ଶାସନ ସଚିବ ସୂଚନା ଦେଇଛନ୍ତି । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.