jayashree

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୪ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୭୬୧କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୯ଜଣ ରହିଥିବା ବେଳେ ବରଗଡ଼, କଟକ ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି । ଅନୁଗୁଳ ଏବଂ ପୁରୀ ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ଜଗତସିଂହପୁର, କେନ୍ଦ୍ରାପଡ଼ା ଏବଂ ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ନୟାଗଡ଼ ଏବଂ ସମ୍ବଲପୁର ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ଭଦ୍ରକ, ବୌଦ୍ଧ, ଢେଙ୍କନାଳ, ମାଲକାନଗିରି ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.