ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୭ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୮୪୮କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ଜଣ ରହିଥିବା ବେଳେ ବରଗଡ଼, କଟକ, ନୟାଗଡ଼ ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି । ଗଞ୍ଜାମ, ପୁରୀ, ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ, ଯାଜପୁର, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ବାଲେଶ୍ୱର, ଢେଙ୍କାନାଳ, ଗଜପତି, ଜଗତସିଂହପୁର, ଝାରସୁଗୁଡ଼ା, କଳାହାଣ୍ଡି, ମୟୁରଭଞ୍ଜ, ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.