ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୦ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୯୭୦କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ ରହିଥିବା କଟକ, ବରଗଡ଼, ନୟାଗଡ଼ ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି । ପୁରୀ ଜିଲ୍ଲାରୁ ୪ଜଣ ରହିଥିବା ବେଳେ ଅନୁଗୁଳ, ଗଞ୍ଜାମ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି କଳାହାଣ୍ଡି ଜିଲ୍ଲାରୁ ୨ଜଣ ରହିଥିବା ବେଳେ ଭଦ୍ରକ, ଢେଙ୍କାନାଳ, ଯାଜପୁର, କୋରାପୁଟ, ନବରଙ୍ଗପୁର, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
Prev Post