ରାଜ୍ୟରେ କୋଭିଡ଼ ସଂକ୍ରମଣ : ଆଜି ୩୩୭୧ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡ଼ିଶାରୁ ଆଜି ୩୩୭୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୬୭୫ କ୍ୱାରେନ୍‌ଟାଇନ୍‌ରୁ ୧୯୨୨ ହୋଇଥିବା ବେଳେ ୧୪୪୯ ଆଂଚଳିକ ସଂକ୍ରମଣର ଶିକାର ହୋଇଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ କୁହାଯାଇଛି । ତେବେ ଜିଲ୍ଲା ଅନୁସାରେ ଅନୁଗୁଳରୁ ୯୩, ବାଲେଶ୍ୱରରୁ ୨୫୮, ବରଗଡ଼ରୁ ୩୫, ଭଦ୍ରକରୁ ୧୭୬, ବଲାଙ୍ଗିରରୁ ୧୨, ବୌଦ୍ଧରୁ ୧୯, କଟକରୁ ୪୬୮, ଦେବଗଡ଼ରୁ ୩, ଢେଙ୍କାନାଳରୁ ୫୮, ଗଜପତିରୁ ୧୨, ଗଂଜାମରୁ ୨୧, ଜଗତସିଂହପୁରରୁ ୧୩୫, ଯାଜପୁରରୁ ୨୧୦, ଝାରସୁଗୁଡ଼ାରୁ ୧୫, କଳାହାଣ୍ଡିରୁ ୧୧, କନ୍ଧମାଳରୁ ୨୯, କେନ୍ଦ୍ରାପଡ଼ାରୁ ୨୧୯, କେଉଁଝରରୁ ୭୦, ଖୋର୍ଦ୍ଧାରୁ ୫୩୦, କୋରାପୁଟରୁ ୫୨, ମାଲକାନଗିରିରୁ ୮୦, ମୟୁରଭଂଜରୁ ୨୨୨, ନବରଙ୍ଗପୁରରୁ ୩୪, ନୟାଗଡ଼ରୁ ୧୩୫, ନୂଆପଡ଼ାରୁ ୮, ପୁରୀରୁ ୧୯୩, ରାୟଗଡ଼ାରୁ ୫୯, ସମ୍ବଲପୁରରୁ ୨୮, ସୋନପୁରରୁ ୨୨, ସୁନ୍ଦରଗଡ଼ରୁ ୭୨ ଏବଂ ଷ୍ଟେଟ୍‌ ପୁଲ୍‌ରୁ ୯୨ ଜଣ ଆକ୍ରାନ୍ତ ହୋଇଛନ୍ତି । ତେବେ ରାଜ୍ୟରେ ଆଜି ପର୍ୟ୍ୟନ୍ତ ୯୦୯୮୦୦ ଜଣ ସମୁଦାୟ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୮୭୪୩୦୭ ଜଣ ସୁସ୍ଥ ହୋଇ ସାରିଛନ୍ତି । ରାଜ୍ୟରେ ୩୧ ହଜାର ୪୨୨ ଜଣ ଏବେ ଏକ୍‌ଟିଭ୍‌ ପଜିଟିଭ୍‌ ରହିଥିବା ସୂଚନାରେ କୁହାଯାଇଛି ।

Leave A Reply

Your email address will not be published.