ଜୁଲାଇ ପହିଲାରେ ‘ଡିଜିଟାଲ ଇଣ୍ଡିଆ’ ହିତାଧିକାରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜୁଲାଇ ୧ ତାରିଖ ପୂର୍ବାହ୍ନ ୧୧ଟା ସମୟରେ ଭିଡିଓ କନଫରେନ୍ସିଂ ଜରିଆରେ ‘ଡିଜିଟାଲ ଇଣ୍ଡିଆ’ର ହିତାଧିକାରୀଙ୍କ ସହିତ ଆଲୋଚନା କରିବେ । ପ୍ରଧାନମନ୍ତ୍ରୀ ଜୁଲାଇ ୧ ତାରିଖ, ୨୦୧୫ରେ ‘ଡିଜିଟାଲ ଇଣ୍ଡିଆ’ ଅଭିଯାନ ଆରମ୍ଭ କରିଥିଲେ । ଏହାକୁ ଏବେ ଛଅ ବର୍ଷ ପୂରଣ ହେବାକୁ ଯାଉଛି । ଏହି ଅବସରରେ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ମନ୍ତ୍ରଣାଳୟ ପକ୍ଷରୁ ଏକ ବିଶେଷ କାର୍ୟ୍ୟକ୍ରମ ଆୟୋଜନ କରାଯାଉଛି ।

‘ଡିଜିଟାଲ ଇଣ୍ଡିଆ’ ନୂତନ ଭାରତର ଅନ୍ୟତମ ସଫଳ କାର୍ୟ୍ୟକ୍ରମ ଭାବେ ପ୍ରମାଣିତ ହୋଇଛି । ଏହା ସହଜ ସେବା ଉପଲବ୍ଧତା, ସରକାରଙ୍କୁ ନାଗରିକମାନଙ୍କ ନିକଟତର କରିବା, ନାଗରିକମାନଙ୍କ ସମ୍ପୃକ୍ତିକୁ ପ୍ରୋତ୍ସାହିତ କରିବା ସହିତ ଜନସାଧାରଣଙ୍କୁ ସଶକ୍ତ କରିଛି । ଏହି ଅବସରରେ କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଓ ଆଇଟି ମନ୍ତ୍ରୀ ମଧ୍ୟ ଉପସ୍ଥିତ ରହିବେ ।

Leave A Reply

Your email address will not be published.