ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୫ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୦୬୩କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୯ଜଣ, ନୟାଗଡ ଓ ପୁରୀରୁ ୫ ଲେଖାଏଁ, ଗଞ୍ଜାମ ଓ କେନ୍ଦୁଝରରୁ ୪ଜଣ ଲେଖାଏଁ, ବରଗଡ ଓ ସୁନ୍ଦରଗଡରୁ ୩ ଲେଖାଏଁ, ଅନୁଗୁଳ, କଟକ, ସମ୍ବଲପୁରରୁ ୨ ଜଣ ଲେଖାଏଁ, ବାଲେଶ୍ୱର, ଢେଙ୍କାନାଳ, ଯାଜପୁର, ଝାରସୁଗୁଡା, ମୟୂରଭଞ୍ଜ, ନବରଙ୍ଗପୁରରୁ ଜଣେ ଲେଖାଏଁ ରହିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.