jsm

ରାଜ୍ୟସଭା ସାଂସଦ ସୁବାସ ସିଂଙ୍କ ବଲାଙ୍ଗିର ଗସ୍ତ : ଜିଲ୍ଲାର ଉନ୍ନୟନମୂଳକ କାର୍ଯ୍ୟ ସମୀକ୍ଷା

csstore

ବଲାଙ୍ଗିର, (କେପିଏନ୍‌ଏସ୍‌) : ରାଜ୍ୟସଭା ସାଂସଦ ସୁବାସ ସିଂ ବଲାଙ୍ଗିର ଜିଲ୍ଲା ଗସ୍ତରେ ଆସି ଆଜି ଅପରାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଜିଲ୍ଲାର ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ । ଏହି ସମୀକ୍ଷା ବୈଠକରେ ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ମନ୍ତ୍ରୀ ଟୁକୁନୀ ସାହୁ, ଜିଲ୍ଲାପାଳ ଚଂଚଳ ରାଣା, ଅତିରିକ୍ତ ଜିଲ୍ଲାପାଳ ଅନନ୍ତ ନାରାୟଣ ସିଂ ଲାଗୁରୀ, ପିଡି ଡିଆର୍‌ଡ଼ିଏ ଡ. ମହେଶ୍ୱର ସ୍ୱାଇଁଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ । ରାଜ୍ୟସଭା ସାଂସଦ ଶ୍ରୀ ସିଂ ବଲାଙ୍ଗିର ଜିଲ୍ଲାରେ ବିଭିନ୍ନ ବିଭାଗ ଓ କାର୍ଯ୍ୟନିର୍ବାହୀ ସଂସ୍ଥା ତରଫରୁ କାର୍ଯ୍ୟକାରୀ ହୋଇଥିବା ଉନ୍ନୟନ ଓ ଜନ ହିତକର ଯୋଜନା ଗୁଡ଼ିକର କାର୍ଯ୍ୟକାରିତା ଓ ଅଗ୍ରଗତି ସଂପର୍କରେ ସମୀକ୍ଷା କରିବା ସହ କରୋନା ସମୟରେ ଲୋକମାନଙ୍କ ଜୀବନ ଜୀବିକା ନିମନ୍ତେ କାର୍ଯ୍ୟକାରୀ ହୋଇଥିବା ଯୋଜନାଗୁଡ଼ିକର ସଫଳ ରୂପାୟନ ଉପରେ ଗୁରୁତ୍ୱାରୋପ କରିଥିଲେ । ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାର କାର୍ଯ୍ୟକାରିତା ସଂପର୍କରେ ସମୀକ୍ଷା କରିଥିଲେ । ବଲାଙ୍ଗିର ଜିଲ୍ଲାରେ ଶ୍ରମ ବିଭାଗ ତରଫରୁ କାର୍ଯ୍ୟକାରୀ ହୋଇଥିବା ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା ଉପରେ ସମୀକ୍ଷା କରିବା ସହ ନିର୍ମାଣ ଶ୍ରମିକମାନଙ୍କ ବ୍ଲକୱାରି ଡାଟାବେସ୍‌ ପ୍ରସ୍ତୁତ କରି ସରକାରଙ୍କ ତରଫରୁ ସେମାନଙ୍କ ସହାୟତା ନିମନ୍ତେ ଉଦ୍ଦିଷ୍ଟ ଥିବା ଯୋଜନା ସଂପର୍କରେ ସଚେତନ କରିବା ଓ ବ୍ଲକ ଗୁଡ଼ିକରେ ଶିବିର ମାନ ଆୟୋଜନ କରି ସହାୟତା ପ୍ରଦାନ କରିବାକୁ ସହକାରୀ ଶ୍ରମ କମିଶନରଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏତଦ୍‌ବ୍ୟତୀତ ଶ୍ରମ ବିଭାଗ ଜରିଆରେ କାର୍ଯ୍ୟକାରୀ ହେଉଥିବା ଯୋଜନାଗୁଡ଼ିକର ଉପଯୁକ୍ତ କାର୍ଯ୍ୟକାରିତା ସଂପର୍କରେ ନିୟମିତ ତଦାରଖ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ଜିଲ୍ଲାରେ ସାମଜିକ ସୁରକ୍ଷା କାର୍ଯ୍ୟକ୍ରମ ମାଧ୍ୟମରେ ସମୀକ୍ଷା କରିବା ସହ ସ୍ୱତନ୍ତ୍ର ବିଦ୍ୟାଳୟ ଗୁଡ଼ିକର କାର୍ଯ୍ୟକାରିତା ସଂପର୍କରେ ସମୀକ୍ଷା କରିଥିଲେ । ଅନାଥ ଶିଶୁ ମାନଙ୍କ କଲ୍ୟାଣ ନିମନ୍ତେ କାର୍ଯ୍ୟକାରୀ ହେଉଥିବା ଆଶୀର୍ବାଦ ଯୋଜନାର ସମୀକ୍ଷା କରି ଯୋଜନାର ହିତାଧିକାରୀମାନଙ୍କୁ ଚିହ୍ନଟ କରି ସେମାନଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଥିବା ସହାୟତା ପ୍ରଦାନ ନିମନ୍ତେ ଯଥାଶୀଘ୍ର ପଦକ୍ଷେପ ଗ୍ରହଣ କରିବାକୁ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏତଦ୍‌ବ୍ୟତୀତ ସମାଜ ମଙ୍ଗଳ ବିଭାଗର କାର୍ଯ୍ୟାବଳୀ ଉପରେ ସମୀକ୍ଷା କରି ଅଙ୍ଗନବାଡ଼ି କେନ୍ଦ୍ର ଗୁଡ଼ିକର କାର୍ଯ୍ୟକାରିତା, ଅଙ୍ଗନବାଡ଼ି କେନ୍ଦ୍ରକୁ ଗ୍ୟାସ ସଂଯୋଗୀକରଣର ଅଗ୍ରଗତି ଇତ୍ୟାଦି ସଂପର୍କରେ ସବିଶେଷ ସମୀକ୍ଷା କରିଥିଲେ । ବୈଠକରେ ଜାତୀୟ ରାଜପଥ ବିଭାଗର କାର୍ଯ୍ୟାବଳୀ ସଂପର୍କରେ ସମୀକ୍ଷା କରିବା ସହ ବଲାଙ୍ଗିର ଓ ଟିଟିଲାଗଡ଼ ବାଇପାସ୍‌ କାର୍ଯ୍ୟର ଅଗ୍ରଗତି ସଂପର୍କରେ ସମୀକ୍ଷା କରିଥିଲେ ।

yuvodaya
Leave A Reply

Your email address will not be published.