jayashree

ଗତ ୨୪ଘଣ୍ଟାରେ ୪୨ ଜଣ ଆକ୍ରାନ୍ତଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୧୯୬କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୮ଜଣ ରହିଥିବା ବେଳେ ବରଗଡ଼ ୫ଜଣ ରହିଛନ୍ତି । ସୁନ୍ଦରଗଡ଼ ଜିଲ୍ଲାରୁ ୪ଜଣ, ଅନୁଗୁଳ, ଗଞ୍ଜାମ, ଝାରସୁଗୁଡ଼ା,ସମ୍ବଲପୁର ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ଢେଙ୍କାନାଳ, ଜଗତସିଂହପୁର, ଯାଜପୁର, କଳାହାଣ୍ଡି, ନୟାଗଡ଼, ପୁରୀ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । କେନ୍ଦୁଝର ଜିଲ୍ଲାରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.