ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୧ ଜଣ ଆକ୍ରାନ୍ତଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୧ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୪୭୬କୁ ବୃଦ୍ଧି ପାଇଛି । ଖୋର୍ଦ୍ଧାରୁ ୧୧ ଜଣ, ବରଗଡ, ଗଞ୍ଜାମ, ମୟୂରଭଞ୍ଜ, ପୁରୀରୁ ୬ ଲେଖାଏଁ, ସମ୍ବଲପୁର, ସୁନ୍ଦରଗଡରୁ ୫ ଲେଖାଏଁ, କେନ୍ଦୁଝରରୁ ୪, କଟକ, ଢେଙ୍କାନାଳ, ନୟାଗଡରୁ ୨ ଜଣ ଲେଖାଏଁ, ବୌଦ୍ଧ, ଗଜପତି, ଝାରସୁଗୁଡା, କେନ୍ଦ୍ରାପଡା, ନୂଆପଡା, ରାୟଗଡାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.