ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୩ ଜଣ କରୋନା ଆକ୍ରାନ୍ତଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୩ ଜଣ କରୋନା ଆକ୍ରାନ୍ତଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୬୬୨କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୩ଜଣ ରହିଥିବା ବେଳେ ବରଗଡ଼ ଜିଲ୍ଲାରୁ ୭ଜଣ ରହିଛନ୍ତି । ମୟୁରଭଞ୍ଜ ଜିଲ୍ଲାରୁ ୬ଜଣ ରହିଥିବା ବେଳେ ଗଞ୍ଜାମ, ପୁରୀ ଜିଲ୍ଲାରୁ ୫ଜଣ ରହିଛନ୍ତି ।

ଢେଙ୍କାନାଳ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ବୌଦ୍ଧ, ଯାଜପୁର, ନୟାଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ବାଲେଶ୍ୱର , ଜଗତସିଂହପୁର, କେନ୍ଦୁଝର ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ, ବଲାଙ୍ଗିର, ଗଜପତି, କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.