ଭୁବନେଶ୍ୱର, (କେପିଏନ୍ଏସ୍) : ଓଡ଼ିଶାରୁ ଗତ ୨୪ ଘଂଟା ମଧ୍ୟରେ ୧୯୩୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୧୧୭ କ୍ୱାରେନ୍ଟାଇନ୍ରୁ ଚିହ୍ନଟ ହୋଇଥିବା ବେଳେ ୮୧୩ ଆଂଚଳିକ ସଂକ୍ରମଣର ଶିକାର ହୋଇଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ କୁହାଯାଇଛି । ତେବେ ଜିଲ୍ଲା ଅନୁସାରେ ଅନୁଗୁଳରୁ ୫୦, ବାଲେଶ୍ୱରରୁ ୧୩୪, ବରଗଡ଼ରୁ ୧୨, ଭଦ୍ରକରୁ ୯୮, ବଲାଙ୍ଗିରରୁ ୧, ବୌଦ୍ଧରୁ ୩, କଟକରୁ ୨୨୦, ଦେବଗଡ଼ରୁ ୮, ଢେଙ୍କାନାଳରୁ ୬୨, ଗଜପତିରୁ ୪, ଗଂଜାମରୁ ୧୭, ଜଗତସିଂହପୁରରୁ ୭୫, ଯାଜପୁରରୁ ୧୨୫, ଝାରସୁଗୁଡ଼ାରୁ ୧୬, କଳାହାଣ୍ଡିରୁ ୭, କନ୍ଧମାଳରୁ ୨୭, କେନ୍ଦ୍ରାପଡ଼ାରୁ ୧୨୩, କେଉଁଝରରୁ ୪୮, ଖୋର୍ଦ୍ଧାରୁ ୪୩୧, କୋରାପୁଟରୁ ୧୪, ମାଲକାନଗିରିରୁ ୨୮, ମୟୁରଭଂଜରୁ ୯୮, ନବରଙ୍ଗପୁରରୁ ୫, ନୟାଗଡ଼ରୁ ୫୮, ନୂଆପଡ଼ାରୁ ୨, ପୁରୀରୁ ୨୭, ରାୟଗଡ଼ାରୁ ୨୮, ସମ୍ବଲପୁରରୁ ୨୫, ସୋନପୁରରୁ ୫, ସୁନ୍ଦରଗଡ଼ରୁ ୯୪ ଏବଂ ଷ୍ଟେଟ୍ ପୁଲ୍ରୁ ୭୫ ଜଣ ଆକ୍ରାନ୍ତ ହୋଇଛନ୍ତି । ତେବେ ରାଜ୍ୟରେ ଆଜି ପର୍ୟ୍ୟନ୍ତ ୯୪୩୬୭୫ ଜଣ ସମୁଦାୟ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୯୫୪୦୦ ଜଣ ସୁସ୍ଥ ହୋଇ ସାରିଛନ୍ତି । ରାଜ୍ୟରେ ୨୩ ହଜାର ୪୯୨ ଜଣ ଏବେ ଏକ୍ଟିଭ୍ ପଜିଟିଭ୍ ରହିଥିବା ସୂଚନାରେ କୁହାଯାଇଛି ।
Prev Post
Next Post